ପ୍ରବଳ ବର୍ଷା ନେଇ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ରାଜ୍ୟ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା। ଆଜି ରାଜ୍ୟର ୩ ଜିଲ୍ଲାରେ ଭୀଷଣ ବର୍ଷା ନେଇ ଆଲର୍ଟ। ଲଘୁଚାପ ପ୍ରଭାବରେ ୨୦ ତାରିଖ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

 

ଏସବୁ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ଏହା ସହ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ସହ ୨୪ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି।source:argusnews.in


Related News