ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଆଜି ରିମାଣ୍ଡରେ ଆସିବେ ରାମ୍‌ଜୀ -ସନାତନ

ରାଜ୍ୟ

କଟକ: ସ୍ଵତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଆଜି ରିମାଣ୍ଡରେ ଆସିବେ। ଚୌଦ୍ଵାର ଜେଲ୍‌ରୁ ବଲ୍‌ରୁ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରିବ। 

ଏବେ ବି ଓଟିଇଟି ତଦନ୍ତ ପ୍ରକ୍ରିୟା ଜାରି ରହିଛି। କ୍ରାଇମବ୍ରାଞ୍ଚ ପ୍ରଥମ ପର୍ଯ୍ୟାୟରେ ସାଢେ ତିନି ଲକ୍ଷ ଟଙ୍କା କାରବାର ହୋଇଥିବା ଜାଣିବାକୁ ପାଇଥିଲା। ରାମ୍‌ଜୀ ଏବଂ ସନାତନଙ୍କୁ ରିମାଣ୍ଡରେ ଆଣିବାକୁ କଟକ ଜେଏମଏଫସି-୩ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି।

ବାଦାମବାଡ଼ି ଅଞ୍ଚଳର ଜଣେ ବ୍ୟବସାୟ ହୋଇଥିବାବେଳେ ସନାତନ ହେଉଛନ୍ତି କୋରାପୁଟ ଏକ୍ସ- କ୍ୟାଡର ଶିକ୍ଷକ ସଂଘର ସଭାପତି।source:sambad.in


 


Related News