ଖୋଲିଲା ଇକୋ ରିଟ୍ରିଟ: ଭିଡିଓ କନଫରେନ୍ସରେ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ବିଶେଷ

ଆଜି ରାଜ୍ୟରେ ୬ଟି ଇକୋ ରିଟ୍ରିଟକୁ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭିଡିଓ କନଫରେନ୍ସ ମାଧ୍ୟମରେ ଶୁଭ ଉଦଘାଟନ କରିଥିବାବେଳେ ଏଥିରେ ଦାରିଙ୍ଗବାଡି ଇକୋ ରିଟ୍ରିଟର ମଧ୍ୟ ଉଦଘାଟନ ହୋଇଯାଇଛି।

ଏହି ଅବସରରେ ଦାରିଙ୍ଗବାଡି ଇକୋ ରିଟ୍ରିଟ ପରିସର ମଧ୍ୟରେ ଉଦଘାଟନୀ ଉତ୍ସବର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଜିଲା ପରିଷଦର ଅଧ୍ୟକ୍ଷା ନନ୍ଦିନୀ ମଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ଅନ୍ୟତମ ଅତିଥିଭାବେ କନ୍ଧମାଳ ଜିଲାପାଳ ବେଦ ଭୂଷଣ, ବାଲିଗୁଡା ଉପଜିଲ୍ଲାପାଳ ପ୍ରଣୀତା ଦାସ, ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ, ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରୋଜ ପାତ୍ର, ଏମପି ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ, ଜିଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ,ସରପଞ୍ଚ ଚନ୍ଦ୍ରିକା ମଲିକଙ୍କ ସମେତ ବହୁ ଅତିଥି ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲା ପର୍ଯ୍ୟଟନ ଅଧିକାରୀ କୁମୁଦୁନୀ ମଲିକ ପରିଚାଳନା କରିଥିଲେ।
source:dharitri.com


Related News